ବାର୍ଦ୍ଧକ୍ୟ ଭତ୍ତା ଆତ୍ମସାତ୍ ଅଭିଯୋଗ: ପୂର୍ବତନ ପିଇଓଙ୍କୁ ବାନ୍ଧିଲା ଭିଜିଲାନ୍ସ

kalipuja

ଭୁବନେଶ୍ୱର: ବାର୍ଦ୍ଧକ୍ୟ ଭତ୍ତା ଆତ୍ମସାତ୍ କରିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ଶନିବାର ଦିନ କୋରାପୁଟ ଜିଲ୍ଲାର ଜଣେ ପୂର୍ବତନ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO)ଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ୍‌ ଅନ୍ତର୍ଗତ ଖୁର୍ଜି ଗ୍ରାମ ପଞ୍ଚାୟତର ପୂର୍ବତନ ପିଇଓ (PEO) ଆଦିତ୍ୟ ଚୋପାଡ଼ି ବୋଲି ଜଣାପଡିଛି।

ତେବେ ତାଙ୍କ ନାଁରେ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଆତ୍ମସାତ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ଆଧାରରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆଦିତ୍ୟ ଚୋପାଡ଼ିଙ୍କୁ ଗିରଫ କରିଛି। ରିପୋର୍ଟ ଅନୁଯାୟୀ, ୨୦୨୩-୨୪ ଏବଂ ୨୦୨୪-୨୫ ଆର୍ଥିକ ବର୍ଷ ମଧ୍ୟରେ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀଙ୍କ ପାଇଁ ଉଦ୍ଦିଷ୍ଟ ପ୍ରାୟ ୮,୯୭,୫୮୦ ଟଙ୍କା ସେ ହେରଫେର କରିଥିବା ଅଭିଯୋଗ ହୋଇଛି।

ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ତାଙ୍କ ବିରୋଧରେ ଦୁର୍ନୀତି ନିବାରଣ ଆଇନ (Prevention of Corruption Act) ଏବଂ ଆଇପିସିର ବିଭିନ୍ନ ଦଫାରେ ମାମଲା ରୁଜୁ କରାଯାଇ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।

ad-week
Leave A Reply

Your email address will not be published.