ନୟାଗଡ଼ରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ଧାନ ବିଲକୁ ଯାଇଥିବା ବେଳେ ଯୁବକଙ୍କୁ ତଣ୍ଟିକାଟି ନିର୍ମମ ହତ୍ୟା କଲେ ଦୁର୍ବୃତ୍ତ

kalipuja

ନୟାଗଡ଼: ନୟାଗଡ଼ରେ ଏକ ଅଭାବନୀୟ ଓ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ନୟାଗଡ଼ ଟାଉନ ଥାନା ଅଧୀନସ୍ଥ ଭାଟସାହି ଗାଁରେ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ତଣ୍ଟିକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।

ମୃତ ଯୁବକଙ୍କ ପରିଚୟ ଭାଟସାହି ଗାଁର ବିଜୟ ବେହେରା ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ବିଜୟ କୌଣସି କାମରେ ଧାନ ବିଲକୁ ଯାଇଥିବା ବେଳେ ପୂର୍ବରୁ ଛକି ରହିଥିବା କେତେକ ଦୁର୍ବୃତ୍ତ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ତାଙ୍କର ତଣ୍ଟିକାଟି ନିର୍ମମ ଭାବେ ହତ୍ୟା କରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସନ୍ଦେହ କରାଯାଉଛି।

ବିଲ ମଧ୍ୟରେ ବିଜୟଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ତୀବ୍ର ଚାଞ୍ଚଲ୍ୟ ଓ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ନୟାଗଡ଼ ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ହତ୍ୟାକାଣ୍ଡର କାରଣ ଖୋଜିବା ପାଇଁ ତଦନ୍ତ ଆରମ୍ଭ କରିଛି।

ad-week
Leave A Reply

Your email address will not be published.