ବାତ୍ୟା କ୍ଷୟକ୍ଷତି ଆକଳନ ନେଇ ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ

kalipuja

ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ଗଞ୍ଜାମ ଜିଲ୍ଲାରେ କ୍ଷୟକ୍ଷତିର ଆକଳନ କରିବାକୁ ଆସନ୍ତାକାଲି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ଏହି ଗସ୍ତ ସମୟରେ ତାଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ରହିବେ। ଏ ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା।

ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ପ୍ରଥମେ ପୁରୁଷୋତ୍ତମପୁର ଓ ପରେ ଛତ୍ରପୁର ଗସ୍ତ କରିବେ। ଏହି ଦୁଇଟି ଅଞ୍ଚଳରେ ବାତ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ସହ ପ୍ରଭାବିତ ଅଞ୍ଚଳର ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗଞ୍ଜାମ ଗସ୍ତକୁ ନେଇ ଜିଲ୍ଲାବାସୀଙ୍କ ମଧ୍ୟରେ ଆଶା ସୃଷ୍ଟି ହୋଇଛି। କ୍ଷୟକ୍ଷତିର ସମୀକ୍ଷା ପରେ ପ୍ରଭାବିତ ଲୋକଙ୍କ ପାଇଁ କି ପ୍ରକାର ସହାୟତା ଘୋଷଣା ହେଉଛି, ତାହା ଉପରେ ନଜର ରହିଛି।

ad-week
Leave A Reply

Your email address will not be published.