ପଛରୁ ଅଟୋ-ରିକ୍ସା ଧକ୍କାରେ ବାଇକ୍ ଚାଳକ ଗୁରୁତର

kalipuja

ବୀରମିତ୍ରପୁର: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥର ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଜଣେ ଅଟୋ-ରିକ୍ସା ଚାଳକ ଦ୍ରୁତଗତିରେ ଆସି ଏକ ବାଇକ୍‌କୁ ପଛପଟୁ ଧକ୍କା ଦେବାରୁ ବାଇକ୍ ଚାଳକ ଜଣକ ଗୁରୁତର ଆହତ ହୋଇଛନ୍ତି।

ଦୁର୍ଘଟଣା ପରେ ବାଇକ୍ ଚାଳକ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ସ୍ଥାନୀୟ ସମାଜସେବୀ ମାନସ ନନ୍ଦ ଏବଂ ସ୍ଥାନୀୟ ବାସିନ୍ଦାଙ୍କ ସହାୟତାରେ ଗୁରୁତର ଆହତ ୪୫ ବର୍ଷୀୟ ଜଗରନାଥ ମାଲୱା କୋଳଦଫାଇଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ବୀରମିତ୍ରପୁର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଆମ୍ବୁଲାନ୍ସ ଯୋଗେ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି।

ଅନ୍ୟପକ୍ଷରେ, ଦୁର୍ଘଟଣା ଘଟାଇବା ପରେ ଅଟୋ-ରିକ୍ସା ଚାଳକ ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଖବର ପାଇ ବୀରମିତ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ad-week
Leave A Reply

Your email address will not be published.