ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ : ଡିସେମ୍ବର ୧୫ରୁ ଆରମ୍ଭ ହେବ ଧାନ ମଣ୍ଡି

kalipuja

କୋରାପୁଟ : ଖରିଫ ବିପଣନ ବର୍ଷ ୨୦୨୬ ପାଇଁ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଆସନ୍ତା ଡିସେମ୍ବର ୧୫ ତାରିଖରୁ ଜିଲ୍ଲାର ବିଭିନ୍ନ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଓ ସ୍ୱଚ୍ଛ ଭାବେ ପରିଚାଳନା କରିବା ନେଇ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା। ବିଶେଷକରି ଚାଷୀ ପଞ୍ଜୀକରଣ, ଟୋକନ୍ ବ୍ୟବସ୍ଥା, ଧାନର ମାନ ଯାଞ୍ଚ ଏବଂ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଚାଷୀଙ୍କ ବ୍ୟାଙ୍କ ଖାତାକୁ ପ୍ରାପ୍ୟ ଟଙ୍କା ପ୍ରଦାନ ଉପରେ ଗୁରୁତ୍ୱାରୋପ କରାଯାଇଛି। ଏହା ସହିତ ମଣ୍ଡିକୁ ଆସୁଥିବା ଚାଷୀମାନଙ୍କ ସୁବିଧା ପାଇଁ ପାନୀୟ ଜଳ, ଶୌଚାଳୟ, ବିଶ୍ରାମ ଗୃହ ଓ ଛାଇର ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବୈଠକରେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା କୋରାପୁଟ ବିଧାୟକ ରଘୁରାମ ମାଛ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, କୋଟପାଡ଼ ବିଧାୟକ ରୁପୁ ଭତ୍ରା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସସ୍ମିତା ମେଲେକା, ଆରକ୍ଷୀ ଅଧୀକ୍ଷକ ରୋହିତ ଶର୍ମା, ଉପଜିଲ୍ଲାପାଳ ଫାବି ରସିଦ, ଅତିରିକ୍ତ ଜିଲ୍ଲାପାଳ ନରେଶ ଚନ୍ଦ୍ର ଶବର, କୋରାପୁଟ ସାଂସଦ ପ୍ରତିନିଧି ମନୋଜ ଆଚାର୍ଯ୍ୟ ଓ ନବରଙ୍ଗପୁର ସାଂସଦ ପ୍ରତିନିଧିଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଏବଂ ଚାଷୀ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.