ମୃତ୍ୟୁ ପ୍ରମାଣପତ୍ର ପାଇଁ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସ୍ୱାସ୍ଥ୍ୟକର୍ମୀ

kalipuja

କଟକ: ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ । ମୃତ୍ୟୁ ପ୍ରମାଣପତ୍ର ପ୍ରଦାନ ପାଇଁ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ସ୍ୱାସ୍ଥ୍ୟକର୍ମୀ । ସମ୍ବଲପୁର ଜିଲ୍ଲା ଥେମରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ ହରିହର ପ୍ରଧାନଙ୍କୁ ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଛି ଭିଜିଲାନ୍ସ ।

ସୂଚନା ଅନୁଯାୟୀ, ଅଭିଯୋଗକାରୀ ତାଙ୍କ ମୃତ ମାମୁଙ୍କ ମୃତ୍ୟୁ ପ୍ରମାଣପତ୍ର ପାଇଁ ୬ ମାସ ପୂର୍ବରୁ ସମସ୍ତ ଆବଶ୍ୟକୀୟ କାଗଜପତ୍ର ସହ ଆବେଦନ କରିଥିଲେ। ହେଲେ ପ୍ରମାଣପତ୍ର ପ୍ରଦାନ ପାଇଁ ହରିହର ପ୍ରକ୍ରିୟା ଆରମ୍ଭ କରୁନଥିଲେ। ବାରମ୍ବାର ଅନୁରୋଧ ସତ୍ତ୍ୱେ କାମ ନକରିବା ସହ ଏଥିପାଇଁ ୭ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ।ଏନେଇ ଆବେଦନକାରୀ ଭିଜିଲାନ୍ସରେ ଅଭିଯୋଗ କରିବା ପରେ ଆଜି ଯୋଜନା ମୁତାବକ ଚଢ଼ାଉ କରିଥିଲା ଭିଜିଲାନ୍ସ ଟିମ୍। ହରିହର ୭ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ତାଙ୍କୁ ଧରାଯାଇଥିଲା। ତାଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଆୟବହିର୍ଭୂତ ସମ୍ପତ୍ତି ଠାବ ଉଦ୍ଦେଶ୍ୟରେ ହରିହରଙ୍କ ସହ ସମ୍ପୃକ୍ତ ଦୁଇଟି ସ୍ଥାନରେ ଏକକାଳୀନ ଯାଞ୍ଚ ଚାଲିଛି। ଏନେଇ ସମ୍ବଲପୁର ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ ଜାରି ରଖିଛି ଭିଜିଲାନ୍ସ।

ad-week
Leave A Reply

Your email address will not be published.