ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ, ୬୫% ମତଦାନ

add-all

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଶେଷ ହୋଇଛି। ସକାଳ ୭ଟାରୁ ୬୮ ବ୍ଲକର ୨୦୪୩୬ ବୁଥରେ ଭୋଟିଂ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ଗୋଟାଏରେ ଏହା ଶେଷ ହୋଇଛି। ଏବେବି ଅନେକ ମତଦାନ କେନ୍ଦ୍ରରେ ଭୋଟଗ୍ରହଣ ଚାଲିଛି। ତେବେ ଅପରାହ୍ନ ୧ଟା ସୁଦ୍ଧା ଆସିଥିବା ରିପୋର୍ଟ ଅନୁଯାୟୀ ୬୫ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ  ଅନୁଯାୟୀ, ଦିନ ଗୋଟାଏରେ ବୁଥ୍‌ ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ଯେଉଁମାନେ ସମୟ ପୂର୍ବରୁ ବୁଥ୍ ପରିସରରେ ପ୍ରବେଶ କରି ସାରିଛନ୍ତି ସେମାନେ ଭୋଟ୍ ଦେଉଛନ୍ତି।

ad-week
Leave A Reply

Your email address will not be published.