ଭାରସାମ୍ୟ ହରାଇ ଦମ୍ପତିଙ୍କ ଉପରେ ଚଢିଗଲା ମିନି ଟ୍ରକ୍, ସ୍ଵାମୀ-ସ୍ତ୍ରୀ ମୃତ

add-all

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ମାଧପୁର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଭାରସାମ୍ୟ ହରାଇ ଏକ ମିନି ଟ୍ରକ ମାଡ଼ିଯିବା ଫଳରେ ଘଟଣାସ୍ଥଳରେ ସ୍ଵାମୀ-ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତ ଦମ୍ପତି ସ୍ଥାନୀୟ ଓଚିନ୍ଦା ତାଜପୁର ଗ୍ରାମର ପ୍ରଫୁଲ୍ଲ ଦାସ ଓ ତାଙ୍କ ପତ୍ନୀ ବୋଲି ଜଣାପଡିଛି।

ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ଟି ରାସ୍ତା ତଳକୁ ଓଲଟି ପଡିଥିବା ବେଳେ ଗାଡ଼ିର ଚାଳକ ଫେରାର ହୋଇଯାଇଛନ୍ତି। ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଚାପା ଉତେଜନା ପ୍ରକାଶ ପାଇଛି। ଉତ୍ୟକ୍ତ ଲୋକେ ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

ସୂଚନା ମୁତାବକ, ଓଚିନ୍ଦା ତାଜପୁର ଗ୍ରାମର ପ୍ରଫୁଲ୍ଲ ଦାସ ଓ ତାଙ୍କ ପତ୍ନୀ କୌଣସି କାର୍ଯ୍ୟରେ ଚାଲି ଚାଲି ବ୍ରଜନଗର ଯାଉଥିଲେ। ଏହି ସମୟରେ ସଠୀପୁର-ଯାଜପୁର ଟାଉନ ରାସ୍ତାର ମାଧପୁର ନିକଟରେ ପଛପଟୁ ଆସୁଥିବା ଏକ ମିନି ଟ୍ରକ୍ ଭାରସାମ୍ୟ ହରାଇ ସ୍ଵାମୀ-ସ୍ତ୍ରୀ ଦୁହିଁଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଏଥିସହିତ ଦୁର୍ଘଟଣା ଘଟାଇ ଟ୍ରକ୍‌ଟି ମଧ୍ୟ ରାସ୍ତା ତଳକୁ ଓଲଟି ପଡ଼ିଥିବା ବେଳେ ଟ୍ରକ୍ ର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ତେବେ ଦୁର୍ଘଟଣା ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଛନ୍ତି। ପାଣିକୋଇଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

ad-week
Leave A Reply

Your email address will not be published.