ରାଜ୍ୟରେ ଆଜି ୧୧୧ଜଣ କରୋନାରୁ ସୁସ୍ଥ

add-all

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୧୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୪୫ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଜପତି ଜିଲ୍ଲାରୁ ଆଜି ୧୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୧୨, ସୁନ୍ଦରଗଡ଼ରୁ ୯, ଯାଜପୁରରୁ ୮, ବାଲେଶ୍ୱର, କେନ୍ଦ୍ରାପଡ଼ାରୁ ୭-୭, ନବରଂଗପୁରରୁ ୬, ଅନୁଗୁଳ, ବଲାଙ୍ଗୀରରୁ ୫-୫, କଟକରୁ ୪, ଜଗତସିଂହପୁର, କୋରାପୁଟରୁ ୩-୩, ଗଂଜାମ, ଝାରସୁଗୁଡ଼ା, କଳାହାଣ୍ଡି, ମାଲକାନଗିରିରୁ ୨ ଜଣ ଲେଖାଏଁ, ଦେବଗଡ଼, ମୟୂରଭଂଜରୁ ଜଣେ ଲେଖାଏଁ ଓ ରାଜ୍ୟ ପୁଲ୍‌ରୁ ୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ଆଜି ୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ad-week
Leave A Reply

Your email address will not be published.