ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୬ କରୋନା ଆକ୍ରାନ୍ତ

add-all

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୮୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୨୪ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୩୫୭ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ଆଜି ୧୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଗଜପତି, ମୟୂରଭଂଜରୁ ୭-୭, ନବରଂଗପୁରରୁ ୬, ଖୋର୍ଦ୍ଧା, କୋରାପୁଟ, ସୁବର୍ଣ୍ଣପୁରରୁ ୫ ଜଣ ଲେଖାଏଁ, ବାଲେଶ୍ୱର, କେନ୍ଦ୍ରାପଡ଼ାରୁ ୪-୪, ଗଂଜାମରୁ ୪, ବରଗଡ଼, କଟକ, ଯାଜପୁରରୁ ୨ ଜଣ ଲେଖାଏର୍, ବଲାଙ୍ଗୀର, ଝାରସୁଗୁଡ଼ା, ପୁରୀ, ରାୟଗଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟ ପୁଲ୍‌ରୁ ଜଣେ କରୋନାରୁ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ଆଜି ୭୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ad-week
Leave A Reply

Your email address will not be published.