ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ

add-all

ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ହୋଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଡାକ୍ତରଖାନାରୁ ବାହାରିବା ପରେ ପୁଲିସ ତାଙ୍କୁ ଗିରଫ କରିଛି। ଏନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଗିରଫ ପରେ ବିଧାୟକଙ୍କୁ ଅଦାଲତରେ ହାଜର କରାଯାଇଛି।

ସୂଚନାଯୋଗ୍ୟ, ଗତ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ଲୋକଙ୍କ ଉପରେ କାର୍‌ ଚଢାଇ ଦେଇଥିଲେ। ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୭ ଜଣ ଆହତ ହୋଇଥିଲେ। ଅପରପକ୍ଷେ ଏହି ଘଟଣାରେ ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ନିସ୍ତୁକ ମାଡ଼ ମାରିଥିଲେ ଓ ତାଙ୍କ ଗାଡ଼ି ଭାଙ୍ଗି ଦେଇଥିଲେ। ସର୍ବସାଧାରଣଙ୍କ ଦ୍ବାରା ନିସ୍ତୁକ ମାଡ଼ ଖାଇବା ପରେ ବିଧାୟକ ଲହୁଲୁହାଣ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଆଜି ଡାକ୍ତରଖାନାରୁ ଡିସ୍‌ଚାର୍ଜ ହେବା ପରେ ପୁଲିସ ତାଙ୍କୁ ଗିରଫ କିର କୋର୍ଟ ଚାଲାଣ କରିଛି। ଗିରଫ ପରେ ପ୍ରଶାନ୍ତଙ୍କୁ ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଥିଲା । ପରେ ତାଙ୍କୁ ବାଣପୁର ନିଆଯାଉଥିବା ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ।

ad-week
Leave A Reply

Your email address will not be published.