ରାଜ୍ୟରେ ଆଜି ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

add-all

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ଆଜି ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୮୭ ହଜାର ୨୮୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୯ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୬, ଭଦ୍ରକରୁ ୧, ବଲାଙ୍ଗରୀରୁ ୪, ବୌଦ୍ଧରୁ ୩, କଟକରୁ ୩, ଗଜପତିରୁ ୪, ଗଞ୍ଜାମରୁ ୩, ଯାଜପୁରରୁ ୫, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୬ କୋରାପୁଟରୁ ୪, ମୟୂରଭଞ୍ଜରୁ ୩, ନୟାଗଡ଼ରୁ ୧, ରାୟଗଡ଼ାରୁ ୧, ସମ୍ବଲପୁରରୁ ୨ ଅଛନ୍ତି।

ad-week
Leave A Reply

Your email address will not be published.