ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ବରିଷ୍ଠ ଆଇଏଏସ୍ ଓ ଆଇପିଏସ୍ ଅଧିକାରୀ

add-all

ଭୁବନେଶ୍ବର : ବରିଷ୍ଠ ଆଇଏଏସ୍, ଆଇପିଏସ୍ ଅଧିକାରୀ ଏବଂ ଅନେକ ସେବା ସଙ୍ଗଠନର ସଦସ୍ୟ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ନିକଟରେ ଅନୁଷ୍ଠିତ ପଞ୍ଚାୟତ ଏବଂ ପୌର ନିର୍ବାଚନରେ ​​ଚମତ୍କାର ସଫଳତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଅଧିକାରୀମାନଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ ରାଜ୍ୟର ବିକାଶ ତଥା ପ୍ରଗତି ପାଇଁ ଅଧିକ ପ୍ରତିବଦ୍ଧତା ସହ କାର୍ଯ୍ୟ କରିବାକୁ ଅଧିକାରୀମାନଙ୍କୁ କହିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ବିକାଶ କମିଶନର ପି.କେ ଜେନା ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।ପୁଲିସ ଡିଜି ସୁନୀଲ କୁମାର ବନସଲ, ଏଡିଜି ଲଲିତ ଦାସ, ଏଡିଜି ଆର.କେ ଶର୍ମା,ପୁଲିସ କମିଶନର ସୁମେନ୍ଦ୍ର ପ୍ରିୟଦର୍ଶୀ ମଧ୍ୟ ସାକ୍ଷାତ କରିଛନ୍ତି। ତେବେ ସମସ୍ତ ଅଧିକାରୀଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ରାଜ୍ୟର ପ୍ରଗତି ପାଇଁ ଆହୁରି ନିଷ୍ଠାର ସହ କାମ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସରକାରଙ୍କ ବିକାଶମୂଳକ କାର୍ୟ୍ୟରେ ପ୍ରତିବଦ୍ଧତାର ସହ କାର୍ୟ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ad-week
Leave A Reply

Your email address will not be published.