ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠଙ୍କ ପରଲୋକ

add-all

ବରଗଡ଼: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ରିପୁନାଥ ସେଠଙ୍କ ପରଲୋକ ଘଟିଛି। ରବିବାର ୬୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। ଶନିବାର ହଠାତ୍ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ଏହାପରେ ତାଙ୍କୁ ବରପାଲିର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ ରିପୁନାଥ ସେଠ୍‌ କଂଗ୍ରେସରୁ ରାଜନୀତି କ୍ୟାରିୟର ଆରମ୍ଭ କରିଥିଲେ। ୧୯୯୫ ବିଧାନସଭା ନିର୍ବାଚନରେ ସେ ବିଜେପୁର ଆସନରୁ ନିର୍ବାଚିତ ହେବା ସହ ତତ୍କାଳୀନ ରାଜ୍ୟ ମନ୍ତ୍ରିମଣ୍ଡଳରେ ଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ଗତ ୨୦୧୯ ସାଧାରଣ ନିର୍ବାଚନରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିପକ୍ଷରେ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିଲେ।

ad-week
Leave A Reply

Your email address will not be published.