ରାଜ୍ୟରେ ଆଉ ୨୨ କରୋନା ପଜିଟିଭ୍ ଚିହ୍ନଟ

add-all

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ad-week
Leave A Reply

Your email address will not be published.