ପବିତ୍ର ଶ୍ରୀରାମ ନବମୀରେ ଭୁବନେଶ୍ୱର ରାମ ମନ୍ଦିରରେ ଭକ୍ତଙ୍କ ସମାଗମ

add-all

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଶ୍ରୀରାମ ନବମୀ । ଏହି ପବିତ୍ର ଦିନ ଅବସରରେ ଭୁବନେଶ୍ୱର ରାମ ମନ୍ଦିରରେ ଦେଖିବାକୁ ମିଳିଛି ଭକ୍ତ ମାନଙ୍କ ସମାଗମ । ଆଜି ସକାଳ ୬ଟାରୁ ଭକ୍ତଙ୍କ ଲାଇନ୍ ଆରମ୍ଭ ହୋଇଯାଇଛି । ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ୍ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ସେହିପରି ପୁରୀ ଶ୍ରୀମନ୍ଦିରରେ ମଧ୍ୟ ଅନୁଷ୍ଠିତ ହେଉଛି ରାମଜନ୍ମ ନୀତି । ରାମ ଜନ୍ମ ଠାରୁ ଆରମ୍ଭ କରି ଯଜ୍ଞ ରକ୍ଷା, ସୀତାବିବାହ ସହ ରାବଣ ବଦ୍ଧ ପର୍ଯ୍ୟନ୍ତ ସମସ୍ତ ରାମଲୀଳା ନୀତି ଶ୍ରୀମନ୍ଦିରରେ ପ୍ରତ୍ୟେକ ଦିନ ପାଳନ ହେବ।

ପୁରୀ ରେଳଷ୍ଟେସନ ନିକଟ ଶ୍ରୀରାମ ମନ୍ଦିର ସକାଳୁ ସକାଳୁ ଭକ୍ତଙ୍କ ଭିଡ ଜମିଛି। ପ୍ରଭୁ ଶ୍ରୀରାମଙ୍କ ଉପରେ ଆସ୍ଥା ଓ ବିଶ୍ୱାସ ରଖୁଥିବା ଭକ୍ତ ଶ୍ରଦ୍ଧାଳୁ ମାନେ ସକାଳୁ ମନ୍ଦିର ଆସି ଦର୍ଶନ କରୁଛନ୍ତି।

ad-week
Leave A Reply

Your email address will not be published.