ରାମନବମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ-ରାଜ୍ୟପାଳ

add-all

ଭୁବନେଶ୍ୱର: ଆଜି ପବିତ୍ର ରାମନବମୀ। ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳୁଛି ଦେଶ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ରାମନବମୀ ଅବସରରେ ରାଜ୍ୟବାସୀଙ୍କୁ ମୋର ଶୁଭେଚ୍ଛା। ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ମଙ୍ଗଳମୟ କରିବା ସହ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରି ଦେଉ।

ସେହିଭଳି ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ରାମନବମୀର ଅଭିନନ୍ଦନ ଜଣାଇଛନ୍ତି । ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି କାମନା କରିଛନ୍ତି ରାଜ୍ୟପାଳ।

ad-week
Leave A Reply

Your email address will not be published.