ଗଛରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ୩ ଯୁବତୀଙ୍କ ମିଳିଲା ପରିଚୟ

add-all

ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ଅନ୍ତର୍ଗତ ତୋହରା ଗାଁରୁ ୩ ଜଣ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକମାନେ ହେଲେ ଗାଁର ହେମଲତା ଗୌଡ଼, କୌଶଲ୍ୟା ମାଝୀ ଓ ଫୁଲମତି ମାଝୀ। ଏକାବେଳକେ ଏମାନେ କେଉଁ ପରିସ୍ଥିତିରେ ପ୍ରାଣ ହରାଇଲେ ସେ ସମ୍ପର୍କରେ କିଛି ଜଣାପଡ଼ିନି। ଘଟଣାସ୍ଥଳରେ ପୋଲିସ୍‌ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ସୂଚନା ଅନୁସାରେ, ଗତକାଲି ଏହି ୩ ଯୁବତୀ ଗାଁ ନିକଟ ଜଙ୍ଗଲ ଆଡ଼କୁ ଯାଉଛନ୍ତି ବୋଲି ଘରେ କହିଥିଲେ। ହେଲେ ଦୀର୍ଘ ସମୟ ଧରି ଘରକୁ ନଫେରିବାରୁ ପରିବାର ଓ ଗାଁଲୋକ ଖୋଜାଖୋଜି କରିଥିଲେ। ପରେ ଜଙ୍ଗଲ ଭିତରେ ଏମାନଙ୍କ ମୃତଦେହ ଗୋଟିଏ ଗଛରେ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ମିଳିଥିଲା।

ହତ୍ୟା କରାଯାଇ ଆତ୍ମହତ୍ୟାର ରୂପ ଦିଆଯାଇଛି ନା ଏମାନେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ଭାବେ ଜଣାପଡ଼ିନି। ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା କୁହାଯାଉଥିବା ବେଳେ ପୋଲିସ୍‌ ସମସ୍ତ ଦିଗକୁ ନେଇ ତଦନ୍ତ କରୁଛି। ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପୋଲିସ ପଠାଇଛି। ପୋଷ୍ଟମର୍ଟମ ରିପୋର୍ଟ ଆସିଲେ ସବୁ କିଛି ସ୍ପଷ୍ଟ ହେବ ବୋଲି ନବରଙ୍ଗପୁର ଏସ୍‌ପି କହିଛନ୍ତି।

ad-week
Leave A Reply

Your email address will not be published.