ବର୍ଷା ସହ କାଳବୈଶାଖୀ ସମ୍ଭାବନା, ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ଆଜି ଠାରୁ ଆଗାମୀ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୪ ତାରିଖ ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ଜନିତ କାଳବୈଶାଖୀ ହେବାର ସମ୍ଭାବନା ରହଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏହାକୁ ଦୃଷ୍ଟିରେ ରଖି ଏହି ୯ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର। ସେହିପରି ଜାରି ସତର୍କ ସୂଚନା ଅନୁଯାୟୀ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.