ଏବର୍ଷ ମୌସୁମୀ ସ୍ବାଭାବିକ ବର୍ଷିବ

add-all

ନୂଆଦିଲ୍ଲୀ: ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍‌ ପରେ ଚଳିତ ବର୍ଷ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁକୁ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ପୂର୍ବଭଳି ଭଳି ଏଥର ମଧ୍ୟ ପାଣିପାଗ ବିଭାଗ ମୌସୁମୀ ପ୍ରଭାବରେ ସମଗ୍ର ଦେଶରେ ସ୍ୱାଭାବିକ ବର୍ଷା ହେବ ବୋଲି ଆକଳନ କରିଛି। ବର୍ଷା ସ୍ୱାଭାବିକ ହେବାକୁ ଥିବାରୁ ଚାଷ କାମ ଓ ଏହା ସହ ଜଡ଼ିତ କ୍ଷେତ୍ରଗୁଡ଼ିକ ଭଲ ଅଭିବୃଦ୍ଧି କରିବା ବୋଲି ଆଶା କରାଯାଉଛି।
ବିଭାଗ ପକ୍ଷରୁ କୁହାଯାଇଛି ଯେ ମୌସୁମୀ ପ୍ରଭାବରେ ସମଗ୍ର ଦେଶରେ ୯୬%ରୁ ୧୦୪% ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଭାଗରର ଅଧିକାଂଶ ଅଞ୍ଚଳ, ଏହାକୁ ଲାଗି ରହିଥିବା କେନ୍ଦ୍ରୀୟ ଭାରତୀୟ ଅଞ୍ଚଳ ଓ ଉତ୍ତରପଶ୍ଚିମ ଭାଗର କିଛି ସ୍ଥାନରେ ସ୍ୱାଭାବିକ କିମ୍ବା ତା’ରୁ ଅଧିକ ବର୍ଷା ହୋଇପାରେ। ତେବେ ଉତ୍ତରପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର ପଶ୍ଚିମର କିଛି ଅଂଶ ଓ ଦକ୍ଷିଣପୂର୍ବ ଭାଗରେ ସ୍ୱାଭାବିକ ଠାକୁ କମ ବର୍ଷା ହେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ।
ଲଙ୍ଗ ପିରିୟଡ ଆଭରେଜରେ ୯୯% ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାର ୫% କମ କିମ୍ବା ୫% ବେଶୀ ହେଲେ ମଧ୍ୟ ଏହାକୁ ସ୍ୱାଭାବିକ ବର୍ଷା ଭାବେ ବିବେଚନା କରାଯିବ।
୨୦୨୧ରେ ଦେଶରେ ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଥିଲା। ଏବେ କ୍ରମାଗତ ତୃତୀୟ ବର୍ଷ ପାଇଁ ଦେଶରେ ସ୍ୱାଭାବିକ ବର୍ଷା ହେବାକୁ ଯାଉଛି। ୨୦୧୯ ଓ ୨୦୨୦ରେ ଦେଶରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଥିଲା।

ad-week
Leave A Reply

Your email address will not be published.