ସ୍ୱାଭିମାନ ଅଞ୍ଚଳ ବୁଲିଲେ ମୁଖ୍ୟ ଶାସନ ସଚିବ, ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର କଲେ ସମୀକ୍ଷା

add-all

ଚିତ୍ରକୋଣ୍ଡା: ରାଜ୍ୟର ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ସ୍ୱାଭିମାନ ଅଞ୍ଚଳ ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଅତିରିକ୍ତ ଜିଲ୍ଲାପାଳ, ବିରସେନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ନିତେଶ ୱାଧ୍ୱାନୀ, ପ୍ରକଳ୍ପ ନିର୍ଦ୍ଦଶକ, ଶ୍ରୀ ବାଲ ମୁକୁନ୍ଦ ଭୂୟାଁଙ୍କ ସମେତ, ବନଖଣ୍ଡିୟ ଅଧିକାରୀ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ସ୍ବାଭିମାନ ଅଞ୍ଚଳ ପାଇଁ କାର୍ଯ୍ୟକାରୀ ହୋଇଥିବା ଉନ୍ନୟନ ମୂଳକ କାର୍ଯ୍ୟଗୁଡିକର ଅଗ୍ରଗତି ସମୀକ୍ଷା କରିଥିଲେ ।

ମୁଖ୍ୟତଃ ରାସ୍ତାଘାଟ ଓ ପୋଲ ନିର୍ମାଣ, ଦୂର ଦୂରାନ୍ତ ସ୍ଥାନକୁ ଗମନାଗମନ ସୁବିଧା, ବିଦ୍ୟୁତ ଯୋଗାଣ, ପାନୀୟ ଜଳ ଯୋଗାଣ, ଉଦ୍ୟାନ, କୃଷି, ମତ୍ସ୍ୟଚାଷ, ଜଳସେଚନ ଓ ବିବିଧ ଶସ୍ୟ ଉଦ୍ୟାନ ଆଦି ବିଷୟରେ ସବିଶେଷ ସମୀକ୍ଷା ହୋଇଥିଲା । ସେବା ମନୋବୃତ୍ତି ନେଇ ଅଞ୍ଚଳର ସମସ୍ତ ଲୋକାଭିମୁଖି କାର୍ଯ୍ୟକାରୀ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

କାମ ଆରମ୍ଭ କରାଯାଇଥିବା ରାସ୍ତାଗୁଡିକୁ ମୌସୁମୀ ଆସିବା ପୂର୍ବରୁ ଯାତାୟାତ ଯୋଗ୍ୟ କରିବା ସହ ଅଣ ସଂଯୋଗୀକୃତ ଜନ ବସତିକୁ ରାସ୍ତା ନିର୍ମାଣ ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲା ଉପଯୋଗୀ ବିଭିନ୍ନ ପ୍ରକାରର ଜିବୀକା ନିର୍ବାହ ପନ୍ଥା ଗୁଡିକୁ ଶୀଘ୍ର କାର୍ଯ୍ୟକାରୀ ଲୋକମାନଙ୍କ ନିମନ୍ତେ ବର୍ଷ ତମାମ ଆୟର ସୁଯୋଗ ସୃଷ୍ଟି ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ।

ସ୍ୱାଭିମାନ ଅଞ୍ଚଳ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଯୋଜନା ଗୁଡିକୁ ସ୍ବାଭିମାନ ଅଞ୍ଚଳ ପାଇଁ ସ୍ଵତନ୍ତ୍ର କାର୍ଯ୍ୟକାରୀ କରାଯାଉଛି । ଏସବୁ ପ୍ରକଳ୍ପର ବିଭିନ୍ନ ପର୍ଯ୍ୟାୟ ପୂର୍ଣ୍ଣାଙ୍ଗ ପାଇଁ କ୍ଷେତ୍ର ସ୍ତରୀୟ ସ୍ଥିତି ଅନୁସାରେ ସମୟ ନିର୍ଦ୍ଧାରଣ କରାଯାଇଛି ।

ଶ୍ରୀ ମହାପାତ୍ର ଆହୁରି ମଧ୍ୟ କହିଥଲେ ଯେ ସମଗ୍ର ଅଞ୍ଚଳ ପାଇଁ ପରିପୃକ୍ତି ଭିତ୍ତିରେ ଜଳ ଯୋଗାଣ ପ୍ରକଳ୍ପ ପ୍ରସ୍ତୁତ କରାଯାଇଛି । ବଡ଼ପଡା ଠାରେ ଅତ୍ୟାଧୁନିକ ଜ୍ଞାନ କୌଶଳ ରେନିର୍ମାଣ ହୋଇଥିବା ଚିକିସ୍ୟାଳୟକୁ ମଧ୍ୟ ବୁଲି ଦେଖିଥିଲେ । କିଭଳି ଭାବେ ସ୍ୱାଭିମାନ ଅଞ୍ଚଳର ଅଧିକ ବିକାଶ ଶୀଘ୍ର ହେବ ସେଥିନିମନ୍ତେ ଆଲୋଚନା କରିଥିଲେ।

ad-week
Leave A Reply

Your email address will not be published.