ବିଜେଡି ତରଫରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ

add-all

ଭୁବନେଶ୍ବର: ଆଜି ହେଉଛି ଓଡ଼ିଶାର ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଦିବସକୁ ବିଜୁ ଜନତା ଦଳ ନିରାଡ଼ମ୍ବର ଭାବେ ପାଳନ କରୁଛି।

ଭୁବନେଶ୍ବର ଜିଲ୍ଲା ବିଜେଡି ତରଫରୁ ବିନ୍ଦୁସାଗରରେ ତିଳତର୍ପଣ କରାଯିବା ପରେ ଫରେଷ୍ଟ ପାର୍କରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ, ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାସବର୍ମା, ବିଧାୟକ ସୁଶାନ୍ତ, ବିଧାୟକ ଅନନ୍ତ ନାରାୟଣ ଜେନା ଓ ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।

ad-week
Leave A Reply

Your email address will not be published.