କାଳବୈଶାଖୀ ସମ୍ଭାବନା: ୯ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି, ମୟୂରଭଂଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏହାକୁ ଦୃଷ୍ଟିରେ ରଖି ଏହି ୯ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

ସେହିପରି ଜାରି ସତର୍କ ସୂଚନା ଅନୁଯାୟୀ ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଂଜାମ, ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଆକାଶ ଆଂଶିକ ମେଘୁଆ ରହିବ। ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ପ୍ରାୟ ୩୯ ଡିଗ୍ରି ଏବଂ ୨୫ ଡିଗ୍ରି ସେଲସିୟସ ରହିବାର ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.