ସମସ୍ତେ କୋଭିଡ୍ ନିୟମ ପାଳନ କଲେ ସ୍ଥିତି ନିୟନ୍ତ୍ରଣରେ ରହିବ : ବିଜୟ ମହାପାତ୍ର

add-all

ଭୁବନେଶ୍ଵର: କିଛି ଦିନ ବ୍ୟବଧାନ ପରେ ଏବେ ଦିଲ୍ଲୀ ସମେତ ଅନ୍ୟ କେତେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଏହି ମଧ୍ୟରେ ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ମାସ୍କ ପିନ୍ଧିବା କଟକଣା ରାଜ୍ୟରୁ ହଟି ନାହିଁ।

ଏବେ ବି ମାସ୍କ ପିନ୍ଧିବା ପାଇଁ ସମସ୍ତଙ୍କୁ କୁହାଯାଉଛି। ଭିଡ଼ ସ୍ଥାନକୁ ଗଲେ ମାସ୍କ ପିନ୍ଧନ୍ତୁ। ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ହେଉଥିବା ବେଳେ ଆମ ରାଜ୍ୟର ସ୍ଥିତ ଭଲ ଅଛି । ଦୈନିକ ସଂକ୍ରମଣ ୧୦ ରୁ ୨୦ ମଧ୍ୟରେ ରହୁଛି। ତେଣୁ ସମସ୍ତେ କୋଭିଡ ନିୟମ ପାଳନ କଲେ ରାଜ୍ୟର ସ୍ଥିତି ନିୟନ୍ତ୍ରଣ ରହିବ।

ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ପୁଣି କହିଛନ୍ତି ଯେ, ଯେଉଁଠି ଆବଶ୍ୟକ ଅଛି ସେଠାରେ ନୂଆ ରଣନୀତି ଆପଣେଇବା ପାଇଁ ସବୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ଏହାସହ ସ୍ୱାସ୍ଥ୍ୟ ବିଭାଗ ସ୍ଥିତି ଉପରେ ସମ୍ପୂର୍ଣ୍ଣ ନଜର ରଖିଛି। ଆଗକୁ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ। ବର୍ତ୍ତମାନ ଏହାର ସିଭିଅରିଟି ନାହିଁ ବୋଲି ଡବ୍ଲ୍ୟୁଏଚଓ କହିଛି । ଏହାକୁ ଚତୁର୍ଥ ଲହର କହିହେବ ନାହିଁ।

ad-week
Leave A Reply

Your email address will not be published.