ବିଶିଷ୍ଟ ନାଟ୍ୟକାର ତଥା କଥାକାର ରବୀନ୍ଦ୍ରନାଥ ଦାସଙ୍କ ଦେହାନ୍ତ, ମୁଖ୍ୟମନ୍ତ୍ରୀଙ୍କ ଶୋକ

add-all

ଭୁବନେଶ୍ବର : ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସମ୍ପାଦକ ତଥା ବିଶିଷ୍ଟ ନାଟ୍ୟକାର – କଥାକାର ରବୀନ୍ଦ୍ରନାଥ ଦାସଙ୍କ ଆଜି ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ରବିନ୍ଦ୍ରନାଥଙ୍କ ଦେହାନ୍ତ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥାକାର ରବୀନ୍ଦ୍ରନାଥ ଦାସଙ୍କ ପରଲୋକ ଖବର ପାଇ ଟ୍ବିଟ କରି ଶୋକପ୍ରକାଶ କରିବା ସହ ଲେଖିଛନ୍ତି ‘ବିଶିଷ୍ଟ ନାଟ୍ଯକାର ତଥା କଥାକାର ରବୀନ୍ଦ୍ରନାଥ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।

ଓଡ଼ିଆ ସାହିତ୍ୟ ତଥା କଳା ଜଗତ ପ୍ରତି ତାଙ୍କର ବହୁମୂଲ୍ୟ ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

ସୂଚନାଯୋଗ୍ୟ ରବୀନ୍ଦ୍ରନାଥ ଦାସ ଜଣେ ଉଚ୍ଚକୋଟୀର ଗାଳ୍ପିକ ଭାବେ ବେଶ୍‌ ଜଣାଶୁଣା ଥିଲେ । ତାଙ୍କ ଲିଖିତ ବିଷର୍ଣ୍ଣ ପୃଥିବା ପାଇଁ ରବିନ୍ଦ୍ରନାଥଙ୍କ ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପୁରସ୍କୃତ କରାଯାଇଛି । ଏହାସହିତ ସେ ତାଙ୍କ ଲମ୍ବା ଜୀବନରେ ଅନେକ ସମ୍ମାନର ହକ୍‌ଦାର ମଧ୍ୟ ହୋଇଛନ୍ତି । ଏପିରିକି ଓଡିଶା ସାହିତ୍ୟ ଏକାଡେମୀର ସେ ସଂପାଦକ ଭାବେ ଦାୟିତ୍ୱ ବହନ କରିଥିଲେ । ତାଙ୍କର କାର୍ଯ୍ୟକାଳ ସମୟରେ ସର୍ବଦା ଓଡିଆ ଭାଷାର ପ୍ରଚାର ପ୍ରସାର ଦିଗରେ କାମ କରିଥିଲେ । ଆଉ ଏବେ ତାଙ୍କ ଦେହାନ୍ତ ଓଡିଶା ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କୁହାଯାଉଛି ।

ad-week
Leave A Reply

Your email address will not be published.