କାଳବୈଶାଖୀ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

add-all

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।୧୫ଟି ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ଣ୍ଣିଂ ପାଣିପାଗ ବିଭାଗ ଜାରି କରିଛି ।ଜିଲ୍ଲା ଗୁଡିକ ହେଲା କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କେଉଁଝର, ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ।ଏହି ସବୁ ଜିଲ୍ଲାରେ ହଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।ଏଥିସହିତ ୪୦ ରୁ ୫୦ କିମି ବେଗରେ ଘଣ୍ଟା ପ୍ରତି ପବନର ବେଗ ରହିବ ।

ସେହିପରି ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ କୁଆପଥର ବର୍ଷା ସହ ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୪ ଘଣ୍ଟା ପରେ ଉପକୂଳ ଓଡିଶାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, କେଉଁଝର, ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ ଆଦି ୯ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ପାଣିପାଗ ବିଭାଗ ଜାରି କରିଛି । ରାଜ୍ୟର ଅନେକ ସ୍ଥାନରେ ଦିନରେ ତାପମାତ୍ରା ଅଧିକ ରହିବା ଫଳରେ ଗରମ ଅନୁଭୂତ ହେଉଛି।

ad-week
Leave A Reply

Your email address will not be published.