ଅକ୍ଷୟ ତୃତୀୟା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

add-all

ଭୁବନେଶ୍ବର : ଆଜି ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ। ଏହା ମୁଖ୍ୟତଃ ଏକ କୃଷିଭିତ୍ତିକ ପର୍ବ ହୋଇଥିବାରୁ ଓଡ଼ିଶାର ପୂରପଲ୍ଲୀରେ କୃଷକମାନେ ଏହାକୁ ବେଶ୍ ଆନନ୍ଦ ଓ ଉତ୍ସାହର ସହ ପାଳନ କରିଥାନ୍ତି। ଏହିଦିନ କୃଷକମାନେ ଭଲ ତିଥ୍ ଓ ସମୟ ଯୋଗ ଦେଖ୍ ଅକ୍ଷିମୁଠି ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାନ୍ତି।

ଅକ୍ଷୟ ତୃତୀୟା କୃଷକ ସମାଜ ପାଇଁ ଏକ ମହାନ ପର୍ବ । ଏହି ପବିତ୍ର ଦିନକୁ ରାଜ୍ୟ ସରକାର ‘କୃଷକ ଦିବସ’ ଭାବେ ଘୋଷଣା କରିଛନ୍ତି । କୃଷି ଓ କୃଷକଙ୍କୁ ଉପଯୁକ୍ତ ସମ୍ମାନ ଦେବା ତଥା ସମସ୍ତ ଚାଷୀ ଭାଇମାନଙ୍କୁ ଉତ୍ସାହିତ କରିବା ହେଉଛି ‘କୃଷକ ଦିବସ’ ପାଳନର ମୂଳ ଉଦେଶ୍ୟ।

ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ‘ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ। ଏହି ଅବସରରେ ଚାଷୀ ଭାଇଭଉଣୀଙ୍କ ସୁଖ ଓ ସମୃଦ୍ଧିମୟ ଜୀବନ କାମନା କରୁଛି।’

ad-week
Leave A Reply

Your email address will not be published.