ଅଯଥାରେ ଜିନିଷ କିଣି ମହଜୁଦ କରନ୍ତୁ ନାହିଁ: ଖାଦ୍ୟ ଯୋଗାଣ ମନ୍ତ୍ରୀ

add-all

ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା। ଅଯଥାରେ ଆତଙ୍କିତ ହୋଇ ବହୁ ମାତ୍ରାରେ ଜିନିଷ କିଣି ମହଜୁଦ କରି ରଖନ୍ତୁ ନାହିଁ। ଏହା ଦ୍ଵାରା ବଜାରରେ କୃତ୍ରିମ ଅଭାବ ଦେଖାଦେଇପାରେ। ଅସାଧୁ ବ୍ୟବସାୟୀମାନେ ଏହାର ସୁଯୋଗ ନେଇ ଦରବୃଦ୍ଧି କରିପାରନ୍ତି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ରାଜ୍ୟ ସରକାର ବାତ୍ୟା ମୁକାବିଲା କରିବା ପାଇଁ ସମସ୍ତ ପ୍ରସ୍ତୁତି କରୁଛନ୍ତି। ଖାଦ୍ୟ ଯୋଗାଣ ବିଭାଗ ମଧ୍ୟ ବଜାର ଉପରେ କଡ଼ା ନଜର ରଖିଛନ୍ତି। ବଜାରରେ ସବୁ ପ୍ରକାରର ଖାଦ୍ୟ ପଦାର୍ଥ ଏବଂ ଅନ୍ୟାନ୍ୟ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ ଅଛି । କଳାବଜାରୀ ଏବଂ ଅସାଧୁ ବ୍ୟବସାୟୀଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯାଉଅଛି ଏବଂ ଆବଶ୍ୟକ ସ୍ଥଳେ ଶକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବାତ୍ୟା ମୁକାବିଲା ପାଇଁ ସତର୍କ ରୁହନ୍ତୁ, ଆତଙ୍କିତ ହୁଅନ୍ତୁ ନାହିଁ। ସରକାର ସବୁବେଳେ ଆପଣଙ୍କ ସହିତ ଅଛନ୍ତି।

ad-week
Leave A Reply

Your email address will not be published.