ରାଜ୍ୟର ୨୪ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

add-all

ଭୁବନେଶ୍ୱର: ରାଜ୍ୟର ୨୪ଟି ଜିଲ୍ଲାରେ ଆଜି ହୋଇପାରେ କାଳବୈଶାଖୀ ବର୍ଷା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଗୋଟିଏରୁ ଦୁଇଟି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ବହିବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ସୂଚନା ମୁତାବକ, ବାଲେଶ୍ବର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧ। ପୁରୀ, ନୟାଗଡ, କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ଝାରସୁଗୁଡା ସମ୍ବଲପୁର , ଦେବଗଡ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡାରେ କାଳବୈଶାଖୀ ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.