ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ, ମୁଖ୍ୟମନ୍ତ୍ରୀ ଙ୍କ ଶୋକ

add-all

ଭୁବନେଶ୍ବର: ପରଲୋକରେ ବିଶିଷ୍ଟ ସାହିତ୍ୟିକ, ବାଗ୍ମୀ ତଥା ପଦ୍ମଶ୍ରୀ ରଜତ କର। ରବିବାର ତାଙ୍କର ପରଲୋକ ହୋଇଛି ।ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ଭଞ୍ଜ ସାହିତ୍ୟର ବିଶିଷ୍ଟ ବ୍ୟାଖ୍ୟାକାର ରଜତ କର ୮୮ ବର୍ଷ ବୟସରେ ବିୟୋଗ ହୋଇଛି । ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ନେଇ ରବିବାର ତାଙ୍କ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି।

ତେବେ ଓଡିଆ ସାହିତ୍ୟ ଏବଂ ସଂସ୍କୃତି କ୍ଷେତ୍ରରେ ତାଙ୍କର ଅତୂଳନୀୟ ଅବଦାନ ରହିଛି। ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ ଏବଂ ଜଗନ୍ନାଥ ସଂସ୍କୃତି ଉପରେ ଥିଲା ବିଚକ୍ଷଣ ପାଣ୍ଡିତ୍ୟ।

ସୁସାହିତ୍ୟିକ, ଜଗନ୍ନାଥ ସଂସ୍କୃତି ର ଅନନ୍ୟ ଗବେଷକ ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ରଜତ କର ଓଡ଼ିଆ ସାରସ୍ୱତ ଜଗତକୁ ବହୁ ଭାବରେ ସମୃଦ୍ଧ କରିଯାଇଛନ୍ତି। ଭଞ୍ଜ ସାହିତ୍ୟରେ ତାଙ୍କର ଅଗାଧ ପାଣ୍ଡିତ୍ୟ ଥିଲା ।
ଓଡ଼ିଆ ସଂସ୍କୃତି ଓ ପରମ୍ପରା ବିଶେଷ କରି ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାର ରେ ତାଙ୍କର ଅବଦାନ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ ।

ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାର କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି ।

ad-week
Leave A Reply

Your email address will not be published.