ସମୁଦ୍ରକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

add-all

ପୁରୀ: ପୁରୀ ଭିକ୍ଟୋରିଆ ହୋଟେଲ ସମ୍ମୁଖରେ ସମୁଦ୍ରକୁ ଡେଇଁ ଜଣେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବେଳାଭୂମିରେ ମୁତୟନ ଥିବା ଲାଇଫଗାର୍ଡ ଏହା ଦେଖି ତୁରନ୍ତ ତାଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ମହିଳା ଭୁବନେଶ୍ବର ଚକେଇସିଆଣିର ଅତୁଲ କୁମାର ରାଉତଙ୍କ ସ୍ତ୍ରୀ ଉର୍ମିଳା ରାଉତଙ୍କୁ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା କରାଯାଇଛି।

ଖବର ଅନୁଯାୟୀ, କୌଣସି କାରଣକୁ ନେଇ ସକାଳେ ମହିଳା ଜଣକ ସମୁଦ୍ରକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ତେବେ ସମୁଦ୍ର କୂଳରେ ପର୍ଯ୍ୟଟକଙ୍କ ସୁରକ୍ଷା ଦାୟିତ୍ବରେ ଥିବା ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ନଜରରେ ଏହା ପଡିଥିଲା। କର୍ମଚାରୀ ମାନେ ମହିଳାଙ୍କୁ ଉଦ୍ଧାର କରିବା ସହ ପୋଲିସକୁ ଖବର ଦେବା ପରେ ସମୁଦ୍ର କୂଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା।ତେବେ ସେ କଣ ପାଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ତାହା ସ୍ପଷ୍ଟ ହୋଇନାହିଁ।

ad-week
Leave A Reply

Your email address will not be published.