୧୦ ଲକ୍ଷ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଭିଜିଲାନ୍ସ ଅଧିକାରୀ

add-all

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ । ଲାଞ୍ଚ ନେବା ବେଳେ ଧରାପଡ଼ିଲେ ସମ୍ବଲପୁର ଭିଜିଲାନ୍ସ ଡିଭିଜନ ୟୁନିଟର ଇନ୍ସପେକ୍ଟର ମାନସୀ ଜେନା । ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ । ସରକାରୀ ଅଧିକାରୀଙ୍କ ବିରୋଧରେ ଥିବା ମାମଲା ବନ୍ଦ ପାଇଁ ଲାଞ୍ଚ ନେଉଥିଲେ । ଏହି ଲାଞ୍ଚ କାରବାରରେ ମଧ୍ୟସ୍ଥି ସାଜିଥିଲେ ବରଗଡ଼ର ମୁକେଶ ସାହୁ ।

ସୂଚନା ଅନୁସାରେ ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଚାଲିଥିବା ଭିଜିଲାନ୍ସ ମାମଲକୁ ବନ୍ଦ କରିଦେବା ପାଇଁ ମାନସୀ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ । ବରଗଡ଼ର ମୁକେଶ ସାହୁ ନାମକ ଜଣେ ଯୁବକଙ୍କ ମାଧ୍ୟମରେ ସେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଓଡ଼ିଶା ଭିଜିଲାନ୍ସର ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ହାତରେ ସେ ଧରାପଡ଼ିଥିଲେ। ଇନ୍ସପେକ୍ଟର ମାନସୀ ଜେନାଙ୍କ ଠାରୁ ଲାଞ୍ଚ ଅର୍ଥ ଜବତ କରିବା ପରେ ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ତାଙ୍କର ଅଫିସ୍ ଓ ବାସଭବନ ଆଦି ସ୍ଥାନରେ ଚଢ଼ାଉ କରିଥିବା ଜଣାପଡ଼ିଛି। ସେହିପରି ମୁକେଶ ସାହୁଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି ।

ad-week
Leave A Reply

Your email address will not be published.