ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

add-all

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଛି । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ୟ୍ୟ, ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଅରୁଣ ସାହୁ, ସଞ୍ଜୟ କୁମାର ଦାସ ବର୍ମା, ମନ୍ତ୍ରୀ ସମୀର ରଞ୍ଜନ ଦାସ, ମନ୍ତ୍ରୀ ନବ କିଶୋର ଦାସ ପ୍ରମୁଖ ଅଛନ୍ତି ।

ସେହିପରି ବିଜେପି ଓ କଂଗ୍ରେସ ମଧ୍ୟ ନିଜ ନିଜ ଷ୍ଟାର କ୍ୟାମ୍ପେନରଙ୍କ ନାମ ଘୋଷଣା କରିସାରିଛନ୍ତି । ବିଜେପି ପକ୍ଷରୁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛନ୍ତି । ଉପନିର୍ବାଚନ ଆସନ ହାତେଇବା ପାଇଁ ସବୁ ଦଳ ନିଜ ନିଜର ରଣନୀତିକୁ ଜୋରଦାର କରିଛନ୍ତି । କେହି କେହି ଘର ଘର ବୁଲି ଭୋଟ ଭିକ୍ଷା କରୁଥିବା ବେଳେ ଆଉ କିଏ ସଭା ସମିତି ଜରିଆରେ ଭୋଟରଙ୍କୁ ନିଜ ଆଡକୁ ଆକୃଷ୍ଟ କରୁଛି ।

ad-week
Leave A Reply

Your email address will not be published.