କାଳବୈଶାଖୀ ପାଇଁ ରାଜ୍ୟର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୩ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୧୩ ଜିଲ୍ଲାଗୁଡିକ ହେଲେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର।

ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ଯନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନ ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ, ଆସନ୍ତା ୨୨ ତାରିଖ, ରବିବାର ପର୍ଯ୍ଯନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.