ପେଟ୍ରୋଲ ୯ ଟଙ୍କା ୫୦ ଓ ଡିଜେଲ ୭ ଟଙ୍କା କମିବ

add-all

ନୂଆଦିଲ୍ଲୀ: ବର୍ଦ୍ଧିତ ଦର ଦାମକୁ ନେଇ ଚାରିଆଡ଼ୁ ସମାଲୋଚିତ ହେବା ପରେ ତୈଳ ଦାମ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ପେଟ୍ରୋଲ ଲିଟର ପିଛା ୯.୫୦ ଟଙ୍କା ଓ ଡିଜେଲ ଲିଟର ପିଛା ୭ ଟଙ୍କା ହ୍ରାସ ହେବ। ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟ୍ୱିଟ କରି ସୂଚନା ଦେଇଛନ୍ତି। ଆସନ୍ତାକାଲି ସକାଳ ୬ଟାରୁ ନୂତନ ଦର ଲାଗୁ ହେବ।
କେନ୍ଦ୍ର ସରକାର ଉତ୍ପାଦ ଶୁଳ୍କ କମାଇବାକୁ ନିଷ୍ପତ୍ତି ନେଇଥିବାରୁ ତୈଳ ଦର ହ୍ରାସ ପାଇବ। ପେଟ୍ରୋଲ ଉପରୁ ଉତ୍ପାଦନ ଶୁଳ୍କ ଲିଟର ପିଛା ୮ ଟଙ୍କା ଓ ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମାଇବାକୁ ନିଷ୍ପତ୍ତି ହୋଇଛି। ପେଟ୍ରୋଲ ଲିଟର ପିଛା ୯.୫୦ ଟଙ୍କା ହ୍ରାସ ପାଇବାକୁ ଯାଉଥିଲେ ମଧ୍ୟ ଏବେ ବି ବିଭିନ୍ନ ସହରରେ ଏହାର ୧୦୦ ଉପରେ ରହିବ। କାରଣ ଏବେ ଅଧିକାଂଶ ସ୍ଥାନରେ ପେଟ୍ରୋଲ ଲିଟର ପିଛା ୧୧୨ ଟଙ୍କା ଉପରେ ରହିଛି। ଅନ୍ୟପକ୍ଷରେ ଏହି ନିଷ୍ପତ୍ତି ଯୋଗୁ ସରକାରଙ୍କୁ ବାର୍ଷିକ ୧ ଲକ୍ଷ କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ିବ।

ad-week
Leave A Reply

Your email address will not be published.