ପୁଣି ସାଂସଦ ଅନୁଭବଙ୍କ ବିରୋଧରେ ଥାନାରେ ଏତଲା ଦେଲେ ବର୍ଷା

add-all

ଭୁବନେଶ୍ବର: ସାଂସଦ ଅନୁଭବ ଓ ପତ୍ନୀ ବର୍ଷା ପାରିବାରିକ ବିବାଦ ମାମଲା ଥମିବାରେ ନାଁ ନେଉ ନାହିଁ। ଗତକାଲି ସାଂସଦ ଅନୁଭବ ମହାନ୍ତି ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଥିବା ବେଳେ ଆଜି ତାଙ୍କ ବିରୋଧରେ କଟକ ପୁରୀଘାଟ ଥାନାରେ ଅଭିଯୋଗ କରିଛନ୍ତି ବର୍ଷା ପ୍ରିୟଦର୍ଶିନୀ। 

ଅଭିଯୋଗ ଆନୁଯାୟୀ, ବର୍ଷା ଅନୁଭବଙ୍କ ଭିଡିଓର ପ୍ରତିବାଦ କରିଛନ୍ତି। କୋର୍ଟରେ ମାମଲା ବିଚାରଧୀନ ଥିବାବେଳେ ଭିଡିଓ ଜାରି କରୁଛନ୍ତି। ଭିଡ଼ିଓ କରି ମୋ ବିରୋଧରେ ଅରୁଚିକର ମନ୍ତବ୍ୟ ଦେଉଛନ୍ତି। ମୋର ମାନହାନି ସହ ଚରିତ୍ରହାନି କରୁଛନ୍ତି ଅନୁଭବ। ଏପରି କରି ମୋତେ ମାନସିକ ଭାବେ ନିର୍ଯାତନା ଦେଇଛନ୍ତି। ମନଗଢ଼ା କାହାଣୀ କହି ମୋତେ ଆକ୍ଷେପ କରୁଛନ୍ତି। ମିଥ୍ୟା ଅଭିଯୋଗ କରି ମୋ ନାରୀତ୍ବକୁ ଅପମାନିତ କରୁଛନ୍ତି। ଶାରୀରିକ ସମ୍ପର୍କ ନେଇ ମିଛ କହି ମୋ ଚରିତ୍ର ସଂହାର କରୁଛନ୍ତି। ମୋତେ କଳଙ୍କିତ କରି ପ୍ରତିଶୋଧ ନେଉଛନ୍ତି ବୋଲି ବର୍ଷା ପ୍ରିୟଦର୍ଶିନୀ ପୁରୀଘାଟ ଥାନାରେ ଦାୟର କରିଥିବା ଏତଲାରେ ଦର୍ଶାଇଛନ୍ତି।

ଖବର ଅନୁଯାୟୀ, ଗତକାଲି ଅନୁଭବ ମହାନ୍ତି ସାମାଜିକ ଗଣମାଧ୍ୟମରେ ମୁହଁ ଖୋଲି କହିଥିଲେ ଦାମ୍ପତ୍ୟ ଜୀବନରେ ସୃଷ୍ଟି ହୋଇଥିବା ଝଡ଼ର କାହାଣୀ । କାହିଁକି ସେ ବିଛେଦ ଚାହୁଛନ୍ତି ତାହାର ଏକ ଭିଡିଓ ପୋଷ୍ଟ କରିିଥିଲେ ଅନୁଭବ। ପ୍ରାୟ ୧ ଘଣ୍ଟାରୁ ଅଧିକ ସମୟ ଧରି ଏହି ଭିଡିଓରେ ଅନୁଭବ ମହାନ୍ତି ପାରିବାରିକ ବିବାଦ ଓ ଦାମ୍ପତ୍ୟ ଜୀବନରେ ସୃଷ୍ଟି ହୋଇଥିବା ଝଡ଼କୁ ନେଇ ବିଭିନ୍ନ ପ୍ରସଙ୍ଗ ଉଲ୍ଲେଖ କରିଥିଲେ।

ad-week
Leave A Reply

Your email address will not be published.