ରାଜ୍ୟର ୧୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋ ଓ୍ଵାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୭ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଂଜାମ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଝାରସୁଗୁଡା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୧ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ad-week
Leave A Reply

Your email address will not be published.