ରାଜ୍ୟର ୨୨ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୨୨ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି, ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ad-week
Leave A Reply

Your email address will not be published.