ରାଜ୍ୟରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା, ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

add-all

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ୩ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୬ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ସୁନ୍ଦରଗଡ଼, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ।

ad-week
Leave A Reply

Your email address will not be published.