ରାଜ୍ୟରେ କାଳବୈଶାଖୀ ସମ୍ଭାବନା, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ରାଜ୍ୟରେ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କ ଜୀବନକୁ ଅସ୍ତବ୍ୟସ୍ତ କରୁଛି । ଏହାରି ମଧ୍ୟରେ ଲୋକଙ୍କ ପାଇଁ ଆସିଛି ଏକ ଅଶ୍ୱସ୍ତିକର ଖବର ଆସିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୪ ତାରିଖ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୧ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଂଜାମ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ad-week
Leave A Reply

Your email address will not be published.