ପୁରୀରେ ୫ଟି ସଚିବ ଭି.କେ ପାଣ୍ଡିଆନ୍, ମହାପ୍ରଭୁଙ୍କୁ ଦର୍ଶନ ସହ ପରିକ୍ରମା ପ୍ରକଳ୍ପର କଲେ ତଦାରଖ

add-all

ପୁରୀ: ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ୫ଟି ସଚିବ ଭି କେ ପାଣ୍ଡିଆନ୍।‌ ଶନିବାର ସକାଳୁ ୫ଟି ସଚିବ ଏବଂ ତାଙ୍କ ଧର୍ମପତ୍ନୀ ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିଛନ୍ତି। ଏଥିସହ ଶ୍ରୀମନ୍ଦିର ଭିତରେ ମା ବିମଳା ଓ ମହାଲକ୍ଷ୍ମୀଙ୍କ ଦର୍ଶନ ସହ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି।

ତେବେ ଏହି ଗସ୍ତ ଅବସରରେ ଶ୍ରୀମନ୍ଦିର ଚତୁଃପାର୍ଶ୍ଵ ବୁଲି ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ତଦାରଖ କରିଛନ୍ତି। ଜିଲ୍ଲାପାଳ ସମର୍ଥ ବର୍ମା, ଓବିସିସି ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିବାବେଳେ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସେ ଆଲୋଚନା କରିଥିଲେ।

ସେହିପରି ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ପ୍ରସଙ୍ଗ ନେଇ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଗ୍ରୀନ୍ ସିଗନାଲ୍ ପରେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଓ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ।‌

ad-week
Leave A Reply

Your email address will not be published.