ଗ୍ରୀଷ୍ମପ୍ରବାହ ପାଇଁ ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

add-all

ଭୁବନେଶ୍ୱର: ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିସାରିଲାଣି । ଅସହ୍ୟ ତାତିରେ ସିଝୁଛି ପଶ୍ଚିମ ଓଡିଶା । ଉପକୂଳ ଓଡିଶାରେ ବି ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଉତ୍ତର-ପଶ୍ଚିମ ଓ ପଶ୍ଚିମ ଦିଗରୁ ରାଜ୍ୟକୁ ଉତ୍ତପ୍ତ ଶୁଷ୍କ ବାୟୁ ପ୍ରବେଶ କରୁଛି । ଆହୁରି ୨ ଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ।

ପଶ୍ଚିମ ଓଡ଼ିଶାରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ଲହରୀ ପ୍ରବାହିତ ହେବ ବୋଲି ଗୁରୁବାର ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୦ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ପଶ୍ଚିମ ଓଡ଼ିଶାର ୬ଟି ଜିଲ୍ଳାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିବାର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୋନପୁର, କଳାହାଣ୍ଡି ଓ ନୂଆପଡ଼ା ପ୍ରଭୃତି ୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଗ୍ରୀଷ୍ମ ଲହରି ପ୍ରବାହିତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ରଖିବା ସହ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପଦାକୁ ଖରାରେ ନବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ad-week
Leave A Reply

Your email address will not be published.