ଆସନ୍ତା ୧୬ରୁ ବନ୍ଦ ରହିବ ଶିମିଳିପାଳ

add-all

ବାରିପଦା: ଆସନ୍ତା ୧୬ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ବର୍ଷା ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ। ବର୍ଷା ଋତୁରେ ଅଭୟାରଣ୍ୟର ରାସ୍ତାଘାଟ ଖରାପ ହୋଇଯାଏ। ତେଣୁ ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ସାମୟିକ ବନ୍ଦ କରାଯାଇଥାଏ ।

ଶିମିଳିପାଳକୁ ପ୍ରବେଶ କରାଯାଉଥିବା ଶ୍ୟାମାଖୁଣ୍ଟା ବ୍ଲକ ପୀଠାବଟା ଫାଟକ ସମେତ ଯଶୀପୁର ବ୍ଲକ କାଳିଆଣି ଫାଟକରେ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ। ସେପଟେ ନଭେମ୍ବର ମାସ ୧ ତାରିଖରୁ ଶିମିଳିପାଳକୁ ପ୍ରବେଶ ନିମନ୍ତେ ପର୍ଯ୍ୟଟକମାନଙ୍କୁ ଅନୁମତି ମିଳିବ ବୋଲି ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

ad-week
Leave A Reply

Your email address will not be published.