ବାରବାଟୀ ଟ୍ବେଣ୍ଟି-୨୦ ମ୍ୟାଚ୍‌କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ୱର: କଟକ ବାରବାଟୀରେ ଖେଳାଯିବାକୁ ଥିବା ଟି-୨୦ ମ୍ୟାଚ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ମୁଖ୍ୟମନ୍ତ୍ରୀ ଘଣ୍ଟି ବଜାଇ ମ୍ୟାଚ ଆରମ୍ଭ ହେବାର ସଙ୍କେତ ଦେବା ନେଇ ଯୋଜନା ହୋଇଛି। ତେବେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେଉଥିବାରୁ ଉଚ୍ଚସ୍ତରୀୟ ଅଧିକାରୀମାନେ ବାରବାଟୀକୁ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାରେ ଯେପରି କିଛି ତ୍ରୁଟି ନ ରୁହେ ସେଥିପ୍ରତି ଓଡ଼ିଶା ପୋଲିସ ପକ୍ଷରୁ ସ୍ବତନ୍ତ୍ର ଆୟୋଜନ କରାଯାଉଥିବା ଜଣାପଡ଼ିଛି । ସେହିପରି ବିସିସିଆଇ ଅଧ୍ୟକ୍ଷ ତଥା ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ମ୍ୟାଚ ଦେଖିବାକୁ ଆସିବେ । ଏନେଇ ଓଡ଼ିଶା କ୍ରିକେଟ ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି।

ad-week
Leave A Reply

Your email address will not be published.