ବିକ୍ରମ କେଶରୀ ଆରୁଖ ହେଲେ ବିଧାନସଭାର ନୂଆ ବାଚସ୍ପତି, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର : ଓଡ଼ିଶା ବିଧାନସଭାର ନୂତନ ବାଚସ୍ପତି ଭାବରେ ବିକ୍ରମ କେଶରୀ ଆରୁଖ ନିର୍ବାଚିତ ହୋଇଛନ୍ତି। ବାଚନିକ ଭୋଟ ପରେ ଶ୍ରୀ ଆରୁଖଙ୍କୁ ବାଚସ୍ପତି ଭାବେ ଉପବାଚସ୍ପତି ରଜନୀକାନ୍ତ ସିଂ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ନାମ ପ୍ରସ୍ତାବ କରିଥିଲେ। ସଂସଦୀୟ ବ୍ୟାପାର ମନ୍ତ୍ରୀ ଏହି ପ୍ରସ୍ତାଵକୁ ସମର୍ଥନ କରିଥିଲେ।

ଓଡ଼ିଶା ବିଧାନସଭାର ନବ ନିର୍ବାଚିତ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖଙ୍କୁ ଶୁଭେଚ୍ଛା। ପବିତ୍ର ଗୃହର ଗରିମା ଅକ୍ଷୁଣ୍ଣ ରଖିବା ସହ ସାମ୍ବିଧାନିକ ପଦ, ମର୍ଯ୍ୟାଦା ପ୍ରତି ସମ୍ମାନ ରଖି ତାଙ୍କ ଉତ୍ତମ ଗୃହ ପରିଚାଳନା ଗଣତନ୍ତ୍ରକୁ ଆହୁରି ମଜଭୁତ କରିବ।

ad-week
Leave A Reply

Your email address will not be published.