ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ

add-all

ଭୁବନେଶ୍ୱର: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି । ସେ ମୋଦି ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଚାଲିଥିବା “ସେବା, ସୁଶାସନ ଓ ଗରିବ କଲ୍ୟାଣ ପର୍ବ”ର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।

ବିଜେପି ରାଜ୍ୟ ଉପାଧ୍ୟକ୍ଷା ପ୍ରଭାତୀ ପରିଡ଼ା, ଅନିତା ଶୁଭଦର୍ଶନୀ, ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ସଚିବ ଡା. ଐଶ୍ୱର୍ଯ୍ୟା ବିଶ୍ୱାଳ ଏବଂ ମହିଳା ମୋର୍ଚ୍ଚା ରାଜ୍ୟ ଉପାଧ୍ୟକ୍ଷା କସ୍ତୁରୀ ମିଶ୍ର ପ୍ରମୂଖ ରାଜ୍ୟ ଅତିଥି ଭବନରେ କେନ୍ଦ୍ରମନ୍ତ୍ରୀ ଅନୁପ୍ରିୟା ପଟେଲଙ୍କୁ ସ୍ୱାଗତ ଜଣାଇଛନ୍ତି ।

ad-week
Leave A Reply

Your email address will not be published.