ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ

add-all

ପୁରୀ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ। ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ ଶ୍ରୀଜିଉଙ୍କ ୧୦୮ ଗରା ସୁବାସିତ ଜଳରେ ସ୍ନାନ ଆରମ୍ଭ ହୋଇଥିଲା।

ମଙ୍ଗଳବାର ଭୋର ସାଢ଼େ ୩ଟାରେ ମଙ୍ଗଳାର୍ପଣ ପରେ ୪ଟାରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ସକାଳ ସାଢେ ୬ଟା ସୁଦ୍ଧା ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ମଣ୍ଡପରେ ବିରାଜମାନ କରିଥିଲେ। 

ad-week
Leave A Reply

Your email address will not be published.