ରାଜ୍ୟରେ ଆଉ ୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ

add-all

ଭୁବନେଶ୍ୱର:ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍ରୁ ୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୭୩୭ ଜଣ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୭୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୩୮୧ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୭୭ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୯୧୨୬୯୯ସାମ୍ପୁଲ ଟେଷ୍ଟ୍ ହୋଇଛି । 

ad-week
Leave A Reply

Your email address will not be published.