ଆଜିଠୁ ୪ ମାସ ଯାଏ ଶିମିଳିପାଳ ବନ୍ଦ

add-all

ବାରିପଦା : ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ବର୍ଷାଦିନ ଆରମ୍ଭ ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ୪ ମାସ ଯାଏ ଶିମିଳିପାଳ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନେଇ ଉତ୍ତର ଶିମିଳିପାଳର ଏସିଏଫ୍‌ ପ୍ରଦୀପ କୁମାର ଦେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ସାଧାରଣତଃ ପ୍ରତିବର୍ଷ ମୌସୁମୀ ଆଗମନ ପୂର୍ବରୁ ଶିମିଳିପାଳକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥାଏ।

କାରଣ ବର୍ଷା ଦିନରେ ଶିମିଳିପାଳ ଅଭୟାରଣ୍ୟ ଭିତର ମାଟିରାସ୍ତା ଓ ପୋଲ ବିପଦପୂର୍ଣ୍ଣ ହୋଇଯାଏ। ବର୍ଷା କମିବା ପରେ ଆଭ୍ୟନ୍ତରୀଣ ରାସ୍ତା ଓ ପୋଲର ମରାମତି କରାଯାଇ ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଗେଟ୍‌ ଖୋଲାଯାଇଥାଏ।

ad-week
Leave A Reply

Your email address will not be published.