ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ 

add-all

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶା ଛୁଇଁଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟକୁ ଛୁଇଁଛି ମୌସୁମୀ।

ମୌସୁମୀ ଆସିବା ପୂର୍ବରୁ ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ହେଉଛି। କୋରାପୁଟରେ ୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଯାଜପୁର କୋରେଇରେ ସର୍ବାଧିକ ୧୨୦ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଆସନ୍ତା ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ad-week
Leave A Reply

Your email address will not be published.